ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ଓଡ଼ିଶାରେ ପୁଣି ବଡ଼ ବର୍ଷା ସମ୍ଭାବନା: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ୨୨ ରୁ ୨୫ ତାରିଖ ଯାଏ ପ୍ରବଳ ଅଜାଡ଼ିବ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପ୍ରକୋପ। ଆସନ୍ତା ସେପ୍ଟେମ୍ବର ୨୨-୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏହାର ବ୍ୟାପକ ପ୍ରଭାବ ଦେଖିବାକୁ ମିଳିପାରେ।

ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (IMD) ର ପୂର୍ବାନୁମାନ ଅନୁଯାୟୀ, ଉତ୍ତର ଥାଇଲାଣ୍ଡ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରରେ ପହଞ୍ଚିବା ପରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ।

ସେପ୍ଟେମ୍ବର ୨୧-୨୨ ତାରିଖ ବେଳକୁ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ (Depression) ରୂପ ନେଇ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିବ। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଛତିଶଗଡ଼, ପୂର୍ବ ଉତ୍ତରପ୍ରଦେଶ ଏବଂ ବିହାର ଆଡ଼କୁ ମୁହାଁଇବ।

ଅପରପକ୍ଷରେ, ସୋଆ ସିଇସି (SOA CEC) ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ ଆକଳନ ଅନୁଯାୟୀ, ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇପାରେ। ଏହା ଗଞ୍ଜାମ, ପୁରୀ ଓ ଜଗତସିଂହପୁର ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।

ପରିବେଶ ଅନୁକୂଳ ରହିଲେ ବାତ୍ୟା ସୃଷ୍ଟି ହେବା ସମ୍ଭାବନାକୁ ସମ୍ପୂର୍ଣ୍ଣ ଏଡ଼ାଯାଇ ନପାରେ, ତେବେ ବାତ୍ୟା ହେଲେ ମଧ୍ୟ ଏହା ସ୍ୱଳ୍ପ ଅବଧି ପାଇଁ ରହିବ। ପାଣିପାଗ ବିଭାଗ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରିବା ସହ ବଜ୍ରପାତର ଚେତାବନୀ ଦେଇଛି।

ବର୍ତ୍ତମାନ ସୁଦ୍ଧା IMD ପକ୍ଷରୁ କୌଣସି ବାତ୍ୟା ନେଇ ଆନୁଷ୍ଠାନିକ ପୂର୍ବାନୁମାନ କରାଯାଇ ନଥିବାରୁ, ଭୟଭୀତ ନହୋଇ କେବଳ ସରକାରୀ ସୂଚନା ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)