ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ଦାନା ବାନ୍ଧୁଛି ଲଘୁଚାପ: ସେପ୍ଟେମ୍ବର ୨୨ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ଅଧିକ ପ୍ରଭାବ

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର (Low Pressure Area) ସୃଷ୍ଟି ହେବାକୁ ଯାଉଛି। ଏହି ସିଷ୍ଟମ ଅଧିକ ସଂଗଠିତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ଏବଂ ବିଭିନ୍ନ ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।

ସୋଆ (SOA) ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ର (CEC) ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ ସୂଚନା ଅନୁଯାୟୀ, ୨୨ ତାରିଖରୁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇ ୨୩ରୁ ବର୍ଷାର ପ୍ରକୋପ ବଢ଼ିବ। ୨୩ ରୁ ୨୫ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ, ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି କୃଷି ପାଣିପାଗ ବିଜ୍ଞାନୀ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏବଂ ପାଣିପାଗ ବୈଜ୍ଞାନିକ ବିଶ୍ୱଜିତ ସାହୁ ମଧ୍ୟ ୨୨ରୁ ବର୍ଷା ବଢ଼ିବା ସହ ସିଷ୍ଟମଟି ଗଭୀର ଅବପାତ (Deep Depression) ର ରୂପ ନେବାର ଆଶଙ୍କା ପ୍ରକାଶ କରିଛନ୍ତି। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ, ସେ ନେଇ ଏପର୍ଯ୍ୟନ୍ତ ଗତିପଥ ସ୍ପଷ୍ଟ ହୋଇନାହିଁ।

ଅନ୍ୟପଟେ, ପୂର୍ବପ୍ରଭାବ ଯୋଗୁଁ ଆଜି ମଧ୍ୟ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସାରା ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସମ୍ଭାବ୍ୟ ଲଘୁଚାପର ଗତିପଥ ଉପରେ କ୍ରମାଗତ ନଜର ରଖିଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)