ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ବରଗଡ଼ରେ ଭିଜିଲାନ୍ସ ଚଢ଼ାଉ: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ PEO କାର୍ତ୍ତିକେଶ୍ୱର ଦେହୁରୀଙ୍କ ୬ଟି ସ୍ଥାନରେ ରେଡ୍

ବରଗଡ଼: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ଗାଇସିଲେଟ୍ ବ୍ଲକ୍ କାଟାଭାଲ୍ ଗ୍ରାମପଞ୍ଚାୟତର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ତଥା ଫିରିଙ୍ଗିମାଲ୍ ଓ ଗୌରେନ୍‌ମୁଣ୍ଡା ପଞ୍ଚାୟତର ଅତିରିକ୍ତ ଦାୟିତ୍ୱରେ ଥିବା କାର୍ତ୍ତିକେଶ୍ୱର ଦେହୁରୀ/ବେହେରାଙ୍କ ବିଭିନ୍ନ ଠିକଣାରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକାସାଙ୍ଗରେ ଚଢ଼ାଉ ଜାରି ରହିଛି।

୬ଟି ସ୍ଥାନରେ ଚାଲିଛି ଛାନ୍‌ଭିନ୍: ବରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସର ୫ ଜଣ ଡିଏସ୍‌ପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ୍ ଏହି ଚଢ଼ାଉରେ ସାମିଲ ଅଛନ୍ତି। ନିମ୍ନଲିଖିତ ୬ଟି ସ୍ଥାନରେ ଏକାସାଙ୍ଗରେ ଯାଞ୍ଚ କରାଯାଉଛି ।

ଯାଞ୍ଚ ବେଳେ ଗାଇସିଲେଟ୍ ନିକଟସ୍ଥ କାଣ୍ଡାଗଡ଼ଠାରେ ଥିବା ଦୁଇମହଲା କୋଠା। କାଣ୍ଡାଗଡ଼ଠାରେ ୬ଟି ଘର ଥିବା ଏକ ମାର୍କେଟ୍ କମ୍ପ୍ଲେକ୍ସ। କାଣ୍ଡାଗଡ଼ଠାରେ ୩ଟି ଘର ଥିବା ଏକ ଗୋଦାମ। ଗାଇସିଲେଟ୍‌ଠାରେ ନିର୍ମାଣାଧୀନ ଥିବା ଏକ ଚାରିମହଲା ବିଲ୍ଡିଂ। କାଣ୍ଡାଗଡ଼ ଗ୍ରାମରେ ଥିବା ପୈତୃକ ବାସଭବନ। କାଟାଭାଲ୍ ଗ୍ରାମପଞ୍ଚାୟତରେ ଥିବା ତାଙ୍କ ନିଜ କାର୍ଯ୍ୟାଳୟ ପ୍ରକୋଷ୍ଠ।ରେ ସର୍ଚ୍ଚ ଅପରେଶନ୍ ଚାଲିଛି ।

ସମ୍ପତ୍ତିର ଆକଳନ ଓ ଜବତ ପ୍ରକ୍ରିୟା ଜାରି ରହିଥିବା ବେଳେ ଯାଞ୍ଚ ଶେଷ ହେବା ପରେ ମୋଟ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ଆକଳନ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)