ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ଓଡ଼ିଶାରେ ଗଭୀର ଅବପାତ ପ୍ରଭାବ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା, ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ଏବଂ ସ୍କୁଲ ବନ୍ଦ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି। ଘଣ୍ଟାପ୍ରତି ପ୍ରାୟ ୭ କିଲୋମିଟର ବେଗରେ ଉପକୂଳ ମୁହାଁ ହୋଇଥିବା ଏହି ଗଭୀର ଅବପାତ ବିଶାଖାପାଟଣା ଓ ଗୋପାଳପୁର ମଧ୍ୟଦେଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଜାରି ରହିଛି।

ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ବର୍ଷା ସହିତ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର (ଝଟକା ପବନ ୭୫ କିମି) ବେଗରେ ପବନ ବହିପାରେ। କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୧୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଭାବିତ ଜିଲ୍ଲାଗୁଡ଼ିକର ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି ଏବଂ ସେମାନଙ୍କୁ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନଜରରେ ରଖି ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି ସମେତ ୧୦ରୁ ଅଧିକ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ଘୋଷଣା କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ଏବଂ ସାଧାରଣ ଜନତାଙ୍କୁ ଅତ୍ୟାବଶ୍ୟକ କାମ ନଥିଲେ ଘରୁ ନ ବାହାରିବାକୁ ନିବେଦନ କରାଯାଇଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)