ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

୩୦ ସେପ୍ଟେମ୍ବରରେ ଓଡ଼ିଶା ବନ୍ଦ ଡାକରା: ସ୍କୁଲ ବହି ତ୍ରୁଟି ପ୍ରସଙ୍ଗରେ ନବ ନିର୍ମାଣ କୃଷକ ସଂଘର ଆନ୍ଦୋଳନ

ଭୁବନେଶ୍ୱର: ରାଜ୍ୟର ସ୍କୁଲ ପାଠ୍ୟପୁସ୍ତକରେ ରହିଥିବା ବ୍ୟାପକ ତ୍ରୁଟିକୁ ନେଇ କ୍ରମାଗତ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି। ଏହି ପ୍ରସଙ୍ଗରେ ଶିକ୍ଷା ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଏବଂ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ନବ ନିର୍ମାଣ କୃଷକ ସଂଘ ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି।

ସଂଘର ଜାତୀୟ ସଂଯୋଜକ ଅକ୍ଷୟ କୁମାର ଏହି ବନ୍ଦ ଡାକରା ସମ୍ପର୍କରେ ଘୋଷଣା କରିଛନ୍ତି। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂତନ ଭାବେ ପ୍ରକାଶିତ ପାଠ୍ୟପୁସ୍ତକରେ ହଜାର ହଜାର ଭୁଲ୍ ରହିଥିବା ଅଭିଯୋଗ ହୋଇଛି। ଏହି ଗମ୍ଭୀର ତ୍ରୁଟି ପାଇଁ ସଂଘ ପକ୍ଷରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ସମ୍ପୃକ୍ତ ମନ୍ତ୍ରୀଙ୍କୁ ଦାୟୀ କରାଯାଇଛି। ଏହି ବନ୍ଦକୁ ସଫଳ କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟବାସୀଙ୍କୁ ବ୍ୟାପକ ସହଯୋଗ କରାଯିବାକୁ ଅନୁରୋଧ କରାଯାଇଛି।

ବିରୋଧୀ ଦଳ, ଶିକ୍ଷାବିତ୍ ଏବଂ ବିଭିନ୍ନ ସାମଜିକ ସଂଗଠନ ପକ୍ଷରୁ ପାଠ୍ୟପୁସ୍ତକର ଭୁଲ୍‌କୁ ନେଇ ପୂର୍ବରୁ ମଧ୍ୟ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ବର୍ତ୍ତମାନ କୃଷକ ସଂଘର ଏହି ବନ୍ଦ ଡାକରା ରାଜ୍ୟ ରାଜନୀତିକୁ ସରଗମ କରିଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)