ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ନଦୀ, ଓଡ଼ିଶାରେ ପୁଣି ବନ୍ୟା ଆଶଙ୍କା, ସତର୍କ ପ୍ରଶାସନ

ଭୁବନେଶ୍ୱର: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁଁ ଓଡ଼ିଶାର ବିଭିନ୍ନ ନଦୀର ଜଳସ୍ତର ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହାଫଳରେ ରାଜ୍ୟର କେତେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି।

ଜଳସମ୍ପଦ ବିଭାଗର ମୁଖ୍ୟ ଯନ୍ତ୍ରୀ ଦିଲ୍ଲୀପ ରାଉତଙ୍କ ସୂଚନା ଅନୁଯାୟୀ, ଦକ୍ଷିଣ ଓଡ଼ିଶାର ପ୍ରାୟ ସମସ୍ତ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଭଦ୍ରକ ଜିଲ୍ଲାର ଆଖୁଆପଦାଠାରେ ବୈତରଣୀ ନଦୀ ବିପଦ ସଙ୍କେତ ଅତିକ୍ରମ କରିଛି। ଏଠାରେ ବିପଦ ସଙ୍କେତ ୧୮.୩୩ ମିଟର ରହିଥିବାବେଳେ ନଦୀ ବର୍ତ୍ତମାନ ୧୮.୩୫ ମିଟରରେ ପ୍ରବାହିତ ହେଉଛି। ପ୍ରଶାସନ ପକ୍ଷରୁ ଧାମନଗର ଓ ଭଣ୍ଡାରିପୋଖରୀ ଅଞ୍ଚଳ ପାଇଁ ବନ୍ୟା ଚେତାବନୀ ଜାରି କରାଯାଇଛି।

ବାଲେଶ୍ୱର ଜିଲ୍ଲାରେ ଜଳକା ନଦୀ ମଧ୍ୟ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ମଥାନୀଠାରେ ବିପଦ ସଙ୍କେତ ୬.୫୦ ମିଟର ଥିବାବେଳେ ନଦୀଟି ବର୍ତ୍ତମାନ ୬.୭୬ ମିଟରରେ ବହୁଛି। ଗଞ୍ଜାମ ଜିଲ୍ଲାର ଜୀବନରେଖା କୁହାଯାଉଥିବା ଋଷିକୁଲ୍ୟା ଏବଂ ଏହାର ଶାଖା ନଦୀ ଯଥା ବଡ଼ନଦୀ, ବାଘୁଆ ଓ ଘୋଡ଼ାହାଡ଼ର ଜଳସ୍ତର ମଧ୍ୟାନ୍ତରରେ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଋଷିକୁଲ୍ୟାର ଜନିବିଲ ଆନିକଟ୍ ଏବଂ ଆସ୍କା ଅଞ୍ଚଳରେ ପାଣି ପଶିବା ଯୋଗୁଁ ତଳୁଆ ଅଞ୍ଚଳଗୁଡ଼ିକ ପ୍ରଭାବିତ ହୋଇଛି। ସେରଗଡ଼ କୁମାରପାଣି ସ୍କୁଲ ଏବଂ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଜଳମଗ୍ନ ପରିସ୍ଥିତି ଦେଖାଦେଇଛି।

ଜଳସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଇନ୍ଦ୍ରାବତୀ ଡ୍ୟାମର ୫ଟି ଗେଟ୍ ଖୋଲାଯାଇଛି। ତେବେ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବ୍ରାହ୍ମଣୀ ଏବଂ ମହାନଦୀରେ ଏତେବଡ଼ ବନ୍ୟାର କୌଣସି ଆଶଙ୍କା ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି ଏବଂ ସମ୍ବେଦନଶୀଳ ଅଞ୍ଚଳର ଲୋକଙ୍କୁ ସତକ ରହିବାକୁ ପରାମର୍ଶ ଦିଆଯାଇଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)