ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
କ୍ରୀଡ଼ା

ଏସିଆନ୍ ଗେମ୍ସ ୨୦୨୬: ଦର୍ଶକ ଦେଖିବେ ହାଇ ଭୋଲଟେଜ୍ ମ୍ୟାଚ୍, ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଭାରତୀୟ ଦଳ ଏକତରଫା ବିଜୟ ହାସଲ କରି ଫାଇନାଲ୍‌ରେ ସ୍ଥାନ ପକ୍କା କରିଛି। ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲ୍ ମୁକାବିଲାରେ ଶ୍ରେୟସ ଆୟରଙ୍କ କ୍ୟାପଟେନ୍‌ସିରେ ଖେଳୁଥିବା ଟିମ୍ ଇଣ୍ଡିଆ ଶ୍ରୀଲଙ୍କାକୁ ୧୨୪ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଆସନ୍ତା ଅକ୍ଟୋବର ୩ ତାରିଖ ଶନିବାର ଦିନ ଭାରତ ଓ ପାକିସ୍ତାନ ମଧ୍ୟରେ ଏକ ମହାମୁକାବିଲା (ସ୍ୱର୍ଣ୍ଣ ପଦକ ମ୍ୟାଚ୍) ଅନୁଷ୍ଠିତ ହେବ।

ନିଶିନ୍‌ର କୋରୋଗି ସ୍ପୋର୍ଟ୍ସ ପାର୍ଟରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବୋଲିିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ ହେଁ, ୱିକେଟ୍ କିପର୍ ବ୍ୟାଟ୍ସମ୍ୟାନ୍ ଇଶାନ କିଶନଙ୍କ ସୁନ୍ଦର ଅପରାଜିତ ୮୦ ରନ୍ (୪୬ ବଲ୍, ୪ଟି ଚୌକା, ୫ଟି ଛକା) ଏବଂ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କ ୩୮ ରନ୍ ବଳରେ ୨୦ ଓଭରରେ ୭ ୱିକେଟ୍ ହରାଇ ୧୬୯ ରନ୍ ସଂଗ୍ରହ କରିଥିଲା।

୧୭୦ ରନ୍‌ର ଲକ୍ଷ୍ୟକୁ ପିଛା କରିବାକୁ ଓହ୍ଲାଇଥିବା ଶ୍ରୀଲଙ୍କା ଦଳ ଭାରତୀୟ ବୋଲରଙ୍କ ଘାତକ ଆକ୍ରମଣ ଆଗରେ ତିଷ୍ଠି ପାରି ନଥିଲା। ମାତ୍ର ୯.୫ ଓଭରରେ ସମସ୍ତ ୱିକେଟ୍ ହରାଇ ଶ୍ରୀଲଙ୍କା କେବଳ ୪୫ ରନ୍ କରିବାକୁ ସକ୍ଷମ ହୋଇଥିଲା। ଭାରତ ପକ୍ଷରୁ ମାରାତ୍ମକ ବୋଲିଂ କରି ଜସପ୍ରୀତ ବୁମରା, ଅକ୍ଷର ପଟେଲ ଏବଂ ଅଭିଷେକ ଶର୍ମା ପ୍ରତ୍ୟେକେ ୨ଟି ୱିକେଟ୍ ନେଇଥିବାବେଳେ ୱାଶିଂଟନ୍ ସୁନ୍ଦର ୧ଟି ୱିକେଟ୍ ଅକ୍ତିଆର କରିଥିଲେ।

ପୂର୍ବରୁ ପାକିସ୍ତାନ ଅନ୍ୟ ଏକ ସେମିଫାଇନାଲ୍ ଜିତି ଫାଇନାଲ୍‌ରେ ପହଞ୍ଚିସାରିଥିବାରୁ, ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମଧ୍ୟରେ ସ୍ୱର୍ଣ୍ଣ ପଦକ ପାଇଁ କଡ଼ା ଟକ୍କର ହେବ।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)