ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରର ନୂଆ ସୂଚୀ: ଜାଣନ୍ତୁ କେବେ ହେବ ରାଧା-ଦାମୋଦର ଓ ହରିହର ବେଶ

ପୁରୀ: ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ମାସବ୍ୟାପୀ ପବିତ୍ର କାର୍ତ୍ତିକ ବ୍ରତ ନୀତିକାନ୍ତି ପାଳନ ପାଇଁ ଛତିଶା ନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି।

ବୈଠକର ନିଷ୍ପତ୍ତି ଅନୁଯାୟୀ, ଆସନ୍ତା ଅକ୍ଟୋବର ୨୨ ରୁ ନଭେମ୍ବର ୨୪ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ କାର୍ତ୍ତିକ ବ୍ରତ ନୀତିକାନ୍ତି ରୀତିନୀତି ଅନୁଯାୟୀ ପାଳନ କରାଯିବ ବୋଲି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦିବ୍ୟଜ୍ୟୋତି ପରିଡ଼ା ସୂଚନା ଦେଇଛନ୍ତି।

ନୀତିକାନ୍ତି ଓ ସ୍ୱତନ୍ତ୍ର ବେଶ ସୂଚୀ: କାର୍ତ୍ତିକ ମାସ ସମଗ୍ର ସମୟରେ ପ୍ରତିଦିନ ଭୋର ୪:୦୦ ଟା ସମୟରେ ମନ୍ଦିରର ଦ୍ୱାର ଫିଟା ନୀତି ଅନୁଷ୍ଠିତ ହେବ। ଏହାପରେ ପ୍ରାତଃ ୬:୩୦ ରୁ ୭:୩୦ ମଧ୍ୟରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ରାଧା-ଦାମୋଦର ବେଶ ଅନୁଷ୍ଠିତ ହେବ।

ଏହି ମାସରେ ପ୍ରଭୁଙ୍କ ସ୍ୱତନ୍ତ୍ର ‘ବାଳ ଧୂପ’ ନୀତି ମଧ୍ୟ କରାଯିବ। ଚଳିତ ବର୍ଷ ଆସନ୍ତା ନଭେମ୍ବର ୧୬ ତାରିଖରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପ୍ରସିଦ୍ଧ ହରିହର ବେଶ ଅନୁଷ୍ଠିତ ହେବ।

ତିଥିକ୍ଷୟ କାରଣରୁ ପଞ୍ଚୁକ ଓ ବାଙ୍କଚୂଡ଼ ବେଶରେ ପରିବର୍ତ୍ତନ: ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ ତିଥିକ୍ଷୟ କାରଣରୁ ପ୍ରସିଦ୍ଧ ପଞ୍ଚୁକ ବ୍ରତ ପାଞ୍ଚ ଦିନ ବଦଳରେ ଚାରି ଦିନ ପାଳନ କରାଯିବ।

ଏହାଛଡ଼ା, ଦ୍ୱାଦଶୀ ତିଥିକ୍ଷୟ ହେତୁ ଚଳିତବର୍ଷ ମହାପ୍ରଭୁଙ୍କ ପ୍ରସିଦ୍ଧ ବାଙ୍କଚୂଡ଼ ବେଶ ଅନୁଷ୍ଠିତ ହେବ ନାହିଁ। କାର୍ତ୍ତିକ ବ୍ରତକୁ ଶୃଙ୍ଖଳିତ ଭାବେ ସମ୍ପାଦନ କରିବା ପାଇଁ ପ୍ରଶାସନ ଏବଂ ସେବାୟତମାନଙ୍କ ମଧ୍ୟରେ ବ୍ୟାପକ ଆଲୋଚନା ହୋଇଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)