ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ଓଡ଼ିଶାରେ ଗଭୀର ଅବପାତର ତାଣ୍ଡବ, ୪ ଜିଲ୍ଲାକୁ ରେଡ୍ ଆଲର୍ଟ, ଦୁଇ ଦିନ ପ୍ରବଳ ବର୍ଷା ନେଇ ସତର୍କତା

ଭୁବନେଶ୍ୱର: ଗଭୀର ଅବପାତ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ଅବିଶ୍ରାନ୍ତ ବର୍ଷା। ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ ନିକଟରେ ସ୍ଥଳଭାଗ ଛୁଇଁବା ପରେ ଏହା ଓଡ଼ିଶା ଭିତରକୁ ପ୍ରବେଶ କରିଛି, ଯାହାକି ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଘଟାଇବାର ଆଶଙ୍କା ରହିଛି।

ଖଲ୍ଲିକୋଟ, ପାତ୍ରପୁର ଓ ଜି. ଉଦୟଗିରି ଅଞ୍ଚଳରେ ପାହାଡ଼ ଧସି ପଥର ଓ ମାଟି ଅତଡ଼ା ଖସିବାରୁ ଅନେକ ସ୍ଥାନରେ ଯାତାୟାତ ପ୍ରଭାବିତ ହୋଇଛି। ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଘାଟି ରାସ୍ତାରେ ମଧ୍ୟ ଭୂସ୍ଖଳନ ହୋଇଛି। ବାଘଲଟି ଡ୍ୟାମର ଜଳସ୍ତର ବୃଦ୍ଧି ପାଇଛି ଏବଂ ଋଷିକୁଲ୍ୟା ନଦୀର ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି।

ରେମୁଣା ବ୍ଲକ୍ ଅନ୍ତର୍ଗତ ଅଠଲାଡ଼ିହ ଆଦିବାସୀ ସାହିରେ କାନ୍ଥ ଭୁଶୁଡ଼ି ପଡ଼ି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି।ତେଲିଙ୍ଗିରି ଡ୍ୟାମର ଗୋଟିଏ ଗେଟ୍ ଖୋଲାଯାଇଥିବାବେଳେ ଅପରକୋଲାବ ଜଳଭଣ୍ଡାରର ଜଳସ୍ତର ମଧ୍ୟ କ୍ରମଶଃ ବୃଦ୍ଧି ପାଉଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିବ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ ୫୦ରୁ ୬୦ କିମି ବେଗରେ ପବନ ବହିପାରେ ବୋଲି ସତର୍କ କରାଯାଇଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)