ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ: ରାଜ୍ୟବ୍ୟାପୀ ରାସ୍ତାରୋକ ଓ ପ୍ରତିବାଦ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ତିନିଦଫା ଦାବିକୁ ନେଇ ଆଜି ଇଣ୍ଡିଆ ବ୍ଲକ ପକ୍ଷରୁ ଡାକରା ଦିଆଯାଇଥିବା ରାଜ୍ୟବ୍ୟାପୀ ‘ଓଡ଼ିଶା ବନ୍ଦ’ ପ୍ରଭାବରେ ସାରା ରାଜ୍ୟରେ ଜନଜୀବନ ପ୍ରଭାବିତ ହୋଇଛି। କଂଗ୍ରେସ ଏବଂ ଏହାର ସହଯୋଗୀ ଦଳଗୁଡ଼ିକର କର୍ମକର୍ତ୍ତାମାନେ ରାଜରାସ୍ତାରେ ବାହାରି ବିଭିନ୍ନ ସ୍ଥାନରେ ରାସ୍ତାରୋକ ଏବଂ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଜନଜୀବନ ଏବଂ ପରିବହନ ଉପରେ ପ୍ରଭାବ: ବନ୍ଦ ପାଳନ ସମୟରେ ବିଭିନ୍ନ ସ୍ଥାନରେ ଗାଡ଼ିମୋଟା ଚଳାଚଳ ବାଧାପ୍ରାପ୍ତ ହୋଇଥିବାବେଳେ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ପ୍ରମୁଖ ସହର ଏବଂ ସଡ଼କପଥଗୁଡ଼ିକରେ ଆନ୍ଦୋଳନକାରୀମାନେ ପିଚ୍ ରାସ୍ତାରେ ବସି ପ୍ରତିବାଦ କରିଛନ୍ତି। ଏହାବ୍ୟତୀତ କିଛି କିଛି ରେଳଷ୍ଟେସନରେ ‘ରେଳରୋକ’ କରାଯାଇଥିବା ନେଇ ମଧ୍ୟ ସୂଚନା ମିଳିଛି।

ଜରୁରୀକାଳୀନ ସେବା ସମ୍ପୂର୍ଣ୍ଣ ମୁକ୍ତ: ସାଧାରଣ ଜନତାଙ୍କ ସୁବିଧା ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ ପରିସରରୁ ଜରୁରୀକାଳୀନ ସେବାଗୁଡ଼ିକୁ ସମ୍ପୂର୍ଣ୍ଣ ବାଦ୍ ଦିଆଯାଇଛି। ଆମ୍ବୁଲାନ୍ସ, ଦମକଳ ସେବା, ମେଡିସିନ୍ ଦୋକାନ, କ୍ଷୀର ପରିବହନ ଏବଂ ଅନ୍ୟାନ୍ୟ ଜରୁରୀ ସେବାଗୁଡ଼ିକ ବିନା କୌଣସି ପ୍ରତିବନ୍ଧକରେ ଚାଲୁ ରହିଛି।

ବନ୍ଦର ମୁଖ୍ୟ ତିନି ଦାବି:

MMDR ସଂଶୋଧନ ଆଇନ, 2026 ର ପ୍ରତ୍ୟାହାର: ଖଣି ସମ୍ବନ୍ଧୀୟ ଏହି ଆଇନ ଓଡ଼ିଶାର ଖଣି ଅଧିକାର ଓ ଆର୍ଥିକ ସ୍ୱାର୍ଥକୁ କ୍ଷୁଣ୍ଣ କରିବ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି।

ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା: ସ୍କୁଲ ପାଠ୍ୟପୁସ୍ତକରେ ହୋଇଥିବା ସାଙ୍ଘାତିକ ଭ୍ରାନ୍ତ ତ୍ରୁଟି ପାଇଁ ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି।

ମୁଖ୍ୟ ନିର୍ବାଚନ କମିଶନରଙ୍କ ଇସ୍ତଫା ଓ ଗିରଫଦାରୀ: ଏସ୍.ଆଇ.ଆର (SIR) ଭୋଟର ତାଲିକା ସଂଶୋଧନରେ ଅନିୟମିତତା ଅଭିଯୋଗ ଆଣି CEC ଜ୍ଞାନେଶ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।

ରାଜ୍ୟ ସରକାରଙ୍କ ଉପରେ ଚାପ ସୃଷ୍ଟି କରିବା ପାଇଁ ଏହି ବନ୍ଦ ଡାକରା ଦିଆଯାଇଥିବା କଂଗ୍ରେସ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)