ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ଓଡ଼ିଶା ପୋଲିସ ପ୍ରଶାସନରେ ବଡ଼ଧରଣର ଅଦଳବଦଳ: ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଡକ୍ଟର ସରବଣା ବିବେକ

ଭୁବନେଶ୍ଵର: ରାଜ୍ୟ ପୋଲିସ ପ୍ରଶାସନରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଗୃହ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ୪ ଜଣ ଆଇପିଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି।

ସବୁଠାରୁ ବଡ଼ ପରିବର୍ତ୍ତନ ସ୍ୱରୂପ ରାଜଧାନୀ ଭୁବନେଶ୍ୱର ପାଇଁ ନୂଆ ଡେପୁଟି କମିଶନର ଅଫ୍ ପୋଲିସ (ଡିସିପି) ଭାବେ ୨୦୧୫ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଡକ୍ଟର ସରବଣା ବିବେକ ଏମ୍.ଙ୍କୁ ଅବସ୍ଥାପିତ କରାଯାଇଛି। ସେ ପୂର୍ବତନ ଡିସିପି ଜଗମୋହନ ମୀନାଙ୍କ ସ୍ଥାନ ନେଇଛନ୍ତି।

ପାର୍ବଣ ଋତୁ ଏବଂ ରାଜଧାନୀର ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏହି ନିଯୁକ୍ତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ସେହିପରି ଡକ୍ଟର ସରବଣା ବିବେକଙ୍କ ବଦଳି ପରେ ଖାଲି ପଡ଼ିଥିବା ବ୍ରହ୍ମପୁର ଏସପି ପଦବୀରେ ଢେଙ୍କାନାଳ ଏସପି ଥିବା ୨୦୧୯ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଅଭିନବ ସୋନକରଙ୍କୁ ଅବସ୍ଥାପିତ କରାଯାଇଛି।

ଏହାଛଡ଼ା ପାରାଦୀପର ଅତିରିକ୍ତ ଏସପି ଥିବା ୨୦୨୨ ବ୍ୟାଚ୍‌ର ଆଇପିଏସ୍ ମାନେ ଅଜିଙ୍କ୍ୟ ବାବୁରାଓଙ୍କୁ ଢେଙ୍କାନାଳର ନୂଆ ଏସପି ଭାବେ ଦାୟିତ୍ୱ ମିଳିଛି। ଅନ୍ୟପକ୍ଷେ, ପୋଲିସ ମୁଖ୍ୟାଳୟରେ ସହକାରୀ ଏସପି ଥିବା ୨୦୨୧ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଏ.ବି. ଶିଳ୍ପାଙ୍କୁ ବରଗଡ଼ ଜିଲ୍ଲାର ଏସଡିପିଓ ଭାବେ ବଦଳି କରାଯାଇଛି। ରାଜ୍ୟପାଳଙ୍କ ଆଦେଶକ୍ରମେ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ଏବଂ ଏହା ତୁରନ୍ତ କାର୍ଯ୍ୟକାରୀ ହେବ।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)