ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଓଡ଼ିଶା

ଆସନ୍ତାକାଲିଠୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ: ସରଗରମ ହେବ ଗୃହ, ସର୍ବଦଳୀୟ ବୈଠକ ଶେଷ

ଭୁବନେଶ୍ଵର: ଆସନ୍ତାକାଲିଠୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଅଧିବେଶନ ସୁଚାରୁରୂପେ ପରିଚାଳନା କରିବା ଏବଂ ଗୃହର କାର୍ଯ୍ୟସୂଚୀ ନିର୍ଦ୍ଧାରଣ ପାଇଁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିଜେଡି ବିଧାୟକ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ ଉପ-ମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବ ପ୍ରମୁଖ ଉପସ୍ଥିତ ଥିଲେ।

ଗୃହ ସରଗରମ ହେବାର ଆଶଙ୍କା: ୧୭ଶ ବିଧାନସଭାର ଏହି ସପ୍ତମ ଅଧିବେଶନ ବେଶ୍ ହଙ୍ଗାମାପୂର୍ଣ୍ଣ ହେବାର ପୂର୍ବାନୁମାନ କରାଯାଉଛି। କେନ୍ଦ୍ର ସରକାରଙ୍କ ‘ଖଣି ଏବଂ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬’ (MMDR Amendment Act, 2026) ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ, ଶାସକ ବିଜେପି ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି।

ବିଜେଡିର ଅଭିଯୋଗ: ବିଜେଡି ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ ଏହି ନୂତନ ସଂଶୋଧିତ ଆଇନ ଯୋଗୁଁ ଖଣି ସମୃଦ୍ଧ ଓଡ଼ିଶା ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ରାଜସ୍ୱ ବାକି ଅର୍ଥ ହରାଇବାର ଆଶଙ୍କା ରହିଛି।

ସରକାରଙ୍କ ପ୍ରସ୍ତୁତି: ଶାସକ ବିଜେପି ଦଳ ପକ୍ଷରୁ ମଧ୍ୟ ବିରୋଧୀଙ୍କ ସମସ୍ତ ପ୍ରଶ୍ନର ସାମ୍ନା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ କରାଯାଇ ରଣନୀତି ଚୂଡ଼ାନ୍ତ କରାଯାଇଛି।

ଅଧିବେଶନର ସମୟସୂଚୀ: ବିଧାନସଭା ସଚିବାଳୟ ପକ୍ଷରୁ ପ୍ରକାଶିତ କ୍ୟାଲେଣ୍ଡର ଅନୁଯାୟୀ, ଏହି ମୌସୁମୀ ଅଧିବେଶନ ସେପ୍ଟେମ୍ବର ୨୨ ରୁ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ।

ବେସରକାରୀ କାର୍ଯ୍ୟ ଦିବସ: ସେପ୍ଟେମ୍ବର ୨୫ (ଶୁକ୍ରବାର) ଦିନଟି ବେସରକାରୀ ବିଲ୍ ଓ ସଂକଳ୍ପ ପାଇଁ ଧାର୍ଯ୍ୟ କରାଯାଇଛି।

ଛୁଟି ଦିବସ: ସେପ୍ଟେମ୍ବର ୨୬ ଓ ୨୭ (ଶନିବାର ଓ ରବିବାର) ଗୃହ ମୁଲତବୀ ରହିବ। ଗାନ୍ଧୀ ଜୟନ୍ତୀ ନିମନ୍ତେ ଅକ୍ଟୋବର ୨ ତାରିଖରେ ମଧ୍ୟ ସରକାରୀ ଛୁଟି ରହିବ।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)