ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଅପରାଧ

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ ରୋଷେୟା ମନ୍ମଥ କୁମ୍ଭ ଗିରଫ, ସୁପ୍ରିମକୋର୍ଟରେ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ

ପାରଳାଖେମୁଣ୍ଡି/ନୂଆଦିଲ୍ଲୀ: ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପତ୍ରଙ୍କ ମୃତ୍ୟୁ ମାମଲାରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ପାରଳାଖେମୁଣ୍ଡି ପୋଲିସ ଏହି ମାମଲାରେ ତତ୍କାଳୀନ ରୋଷେୟା ତଥା ଅନ୍ୟତମ ଅଭିଯୁକ୍ତ ମନ୍ମଥ କୁମ୍ଭଙ୍କୁ ଗିରଫ କରିଛି। ଜାରି ହୋଇଥିବା ଏନବିଡବ୍ଲୁ ଆଧାରରେ ତାଙ୍କୁ ଗିରଫ କରାଯାଇଛି।

ଅନ୍ୟପକ୍ଷରେ, ମୃତ ଏସିଏଫ୍ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ଧରଣର ଝଟକା ଲାଗିଛି। ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ବିଦ୍ୟାଭାରତୀ ଦାଖଲ କରିଥିବା ଆବେଦନକୁ ବୁଧବାର ଦିନ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ହାଇକୋର୍ଟ ତାଙ୍କ ବିରୋଧରେ ଚାଲିଥିବା ଅପରାଧିକ କାର୍ଯ୍ୟାନୁଷ୍ଠାନକୁ ରଦ୍ଦ କରିବାକୁ ମନା କରିଦେବା ସହ ଗିରଫଦାରୀରୁ ମଧ୍ୟ ସୁରକ୍ଷା ଦେବାକୁ ମନା କରିଥିଲେ, ଯାହାକୁ ସେ ସୁପ୍ରିମକୋର୍ଟରେ ଚାଲେଞ୍ଜ କରିଥିଲେ।

୨୦୨୧ ଜୁଲାଇ ମାସରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ସରକାରୀ ବାସଭବନରେ ଏସିଏଫ୍ ସୌମ୍ୟରଞ୍ଜନ ମହାପତ୍ର ପୋଡ଼ି ହୋଇ ଗୁରୁତର ଆହତ ହୋଇଥିଲେ। ପରେ କଟକରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ପରିବାର ପକ୍ଷରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରାଯାଇ ମୃତକଙ୍କ ପତ୍ନୀ ବିଦ୍ୟାଭାରତୀ, ସେତେବେଳେ ଡିଏଫଓ ଥିବା ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ ଅଭିଯୁକ୍ତ ଦର୍ଶାଯାଇଥିଲା। ପରେ ରାଜ୍ୟ ସରକାର ଏହି ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଥିଲେ।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)