ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଭାରତ

ଜ୍ଞାନେସ୍ କୁମାରଙ୍କ ଇସ୍ତଫା ମାମଲା: ସୁପ୍ରିମକୋର୍ଟଙ୍କ ତତ୍କାଳ ଆଦେଶ ଦେବାକୁ ମନା, କେନ୍ଦ୍ର ସରକାର ଓ ଇସିଆଇକୁ ନୋଟିସ୍

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନିଲମ୍ବନ କରିବାକୁ ଦାବି ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର କୌଣସି ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଦେବାକୁ ମନା କରିଛନ୍ତି। ତେବେ କୋର୍ଟ ଭାରତୀୟ ନିର୍ବାଚନ ଆୟୋଗ, ସିଇଓ ଜ୍ଞାନେଶ କୁମାର ଏବଂ ଅନ୍ୟ ଦୁଇ ଜଣ ନିର୍ବାଚନ କମିଶନରଙ୍କୁ ନୋଟିସ୍ ଜାରି କରିଛନ୍ତି।

ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଳ୍ୟ ବାଗଚୀ ଏବଂ ବିଚାରପତି ଭି. ମୋହନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଆୟୋଗର ଅନ୍ୟ ସଦସ୍ୟମାନଙ୍କ ସହମତି ବିନା ମୁଖ୍ୟ ନିର୍ବାଚନ କମିଶନର ଏକପାଖିଆ ଭାବେ ସାମ୍ବିଧାନିକ କ୍ଷମତା ପ୍ରୟୋଗ କରିପାରିବେ କି ନାହିଁ, ସେନେଇ ଆବେଦନରେ ପ୍ରଶ୍ନ କରାଯାଇଛି।

ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିକାଶ ସିଂହ ଯୁକ୍ତି ବାଢ଼ି କହିଥିଲେ ଯେ, ଦେଶର ପ୍ରତ୍ୟେକ ନାଗରିକଙ୍କ ମନରେ ନିର୍ବାଚନ ଆୟୋଗର ବିଶ୍ୱସନୀୟତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଯଦି ତୁରନ୍ତ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଦିଆ ନଯାଏ, ତେବେ ପରିସ୍ଥିତି ଜଟିଳ ହୋଇପଡ଼ିବ ବୋଲି ସେ ଦର୍ଶାଇଥିଲେ।

ତେବେ କୋର୍ଟ ତୁରନ୍ତ କୌଣସି ଅନ୍ତରୀଣ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। ନିର୍ବାଚନ ଆୟୋଗ ଏବଂ ସମସ୍ତ କମିଶନରମାନଙ୍କୁ ସ୍ପଷ୍ଟ ଭାବରେ ସେମାନଙ୍କର ପକ୍ଷ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଭୋଟର ତାଲିକା ସ୍ୱତନ୍ତ୍ର ସଂଶୋଧନ ଏବଂ ଅନ୍ୟାନ୍ୟ ପ୍ରମୁଖ ନୀତିଗତ ନିଷ୍ପତ୍ତିଗୁଡ଼ିକ ସାମୂହିକ ଭାବେ ନିଆଯିବା କଥା କି ନାହିଁ, ତାହା ଉପରେ ଏହି ମାମଲାରେ ବିଚାର କରାଯାଉଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)