ସୋମବାର, 19 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ | 09:28 AM ଆସନ୍ତା ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ଓ ବର୍ଷା: ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଂ | 09:20 AM ପାକିସ୍ତାନରେ ୨୦୦ ବର୍ଷର ଐତିହାସିକ ରାମଲୀଳା ମନ୍ଦିର ଉପରେ ଚାଲିଥିଲା ବୁଲ୍‌ଡୋଜର୍ | 09:12 AM ଦଶହରାରେ ରାବଣ ସହ ଜଳିବ ୩୦ ଫୁଟ୍‌ର ଅସରପା | 06:25 AM ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା କଳାହାଣ୍ଡିର ପ୍ରସିଦ୍ଧ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା: ହଜାର ହଜାର ଭକ୍ତଙ୍କ ସମାବେଶ
ଅପରାଧ

ଉତ୍କଳ ବିଶ୍ୱବିଦ୍ୟାଳୟରେ ବୋମାମାଡ଼: ଗୋପବନ୍ଧୁ ହଷ୍ଟେଲ ନିକଟରେ ୩ଟି ବୋମା ବିସ୍ଫୋରଣ

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ରାଜଧାନୀର ପ୍ରମୁଖ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇଛି। ଗତ ରବିବାର ବିଳମ୍ବିତ ରାତିରେ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ଗୋପବନ୍ଧୁ ହଷ୍ଟେଲ ନିକଟରେ କିଛି ଦୃବୃତ୍ତ ୩ଟି କ୍ରୁଡ୍ ବୋମା ମାଡ଼ କରିଥିବା ଅଭିଯୋଗ ହୋଇଛି।

ରବିବାର ରାତି ପ୍ରାୟ ୧୧:୩୦ ମିନିଟ୍ ସମୟରେ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀ ଏବଂ କ୍ୟାମ୍ପସରେ ମୁତୟନ ଥିବା ପୋଲିସ କର୍ମଚାରୀମାନେ କ୍ରମାଗତ ତିନୋଟି ଶକ୍ତିଶାଳୀ ବିସ୍ଫୋରଣର ଶବ୍ଦ ଶୁଣିବାକୁ ପାଇଥିଲେ। ଏହି ହଠାତ୍ ଘଟଣା ଯୋଗୁଁ ହଷ୍ଟେଲ ଅନ୍ତେବାସୀ ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ତେବେ ଏହି ଘଟଣାରେ କେହି ଆହତ ହୋଇନଥିବା ଜଣାପଡ଼ିଛି।

ବୋମାମାଡ଼ ଘଟଣାକୁ ନେଇ ଉତ୍ତ୍ୟକ୍ତ ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ମୁଖ୍ୟ ଗେଟ୍ ସମ୍ମୁଖରେ ଏକାଠି ହୋଇ ଜୋରଦାର ପ୍ରତିବାଦ କରିଥିଲେ। କ୍ୟାମ୍ପସରେ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଏଭଳି ଘଟଣା ଘଟିବା ପାଇଁ ସେମାନେ କମିଶନରେଟ୍ ପୋଲିସର କାର୍ଯ୍ୟାନୁଷ୍ଠାନକୁ ଦାୟୀ କରିଥିଲେ। ପରିସ୍ଥିତି ଏପରି ହୋଇଥିଲା ଯେ ପ୍ରତିବାଦରତ ଛାତ୍ର ଏବଂ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଧସ୍ତିଧଧସ୍ତି ମଧ୍ୟ ଦେଖିବାକୁ ମିଳିଥିଲା।

ଖବର ପାଇ ବରିଷ୍ଠ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀଙ୍କୁ ବୁଝାସୁଝା କରିବା ସହ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିଲେ। ପୋଲିସ ପକ୍ଷରୁ ଏହି ଘଟଣାର ବ୍ୟାପକ ତଦନ୍ତ ଆରମ୍ଭ ହୋଇଛି। ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାମ୍ପସରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)