ମଙ୍ଗଳବାର, 20 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ?
କ୍ରୀଡ଼ା

ଆଫଗାନିସ୍ତାନ ସିରିଜରୁ ବାଦ୍ ପଡ଼ିଲେ ଏହି ଷ୍ଟାର୍ ଖେଳାଳି, ଦଳରେ ସାମିଲ ହେଲେ ରବି ବିଷ୍ଣୋଇ

ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳକୁ ଏକ ବଡ଼ ଝଟକା ଲାଗିଛି। ପ୍ରଥମ ମ୍ୟାଚ୍‌ରେ ଚମତ୍କାର ବୋଲିଂ କରିଥିବା ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଆହତ ସମସ୍ୟା ଯୋଗୁଁ ସମ୍ପୂର୍ଣ୍ଣ ସିରିଜରୁ ବାଦ୍ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ଯୁବ ଲେଗ୍ ସ୍ପିନର ରବି ବିଷ୍ଣୋଇଙ୍କୁ ଦଳରେ ସାମିଲ କରାଯାଇଛି।

ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ଟି-୨୦ରେ ବରୁଣ ୪ ଓଭରରେ ମାତ୍ର ୧୬ ରନ୍ ଦେଇ ୧ଟି ୱିକେଟ୍ ନେଇଥିଲେ। ଭାରତର ୭ ୱିକେଟ୍ ବିଜୟରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ତେବେ ମ୍ୟାଚ୍ ଶେଷ ହେବା ପରେ ତାଙ୍କ ଆହତ ସମସ୍ୟା ସାମ୍ନାକୁ ଆସିଥିଲା। ଆଗକୁ ଏସିଆନ୍ ଗେମ୍ସ ଥିବାରୁ ଅଧିନାୟକ ଶ୍ରେୟସ ଆୟର ଓ ଟିମ୍ ମ୍ୟାନେଜମେଣ୍ଟ ପାଇଁ ଏହା ଚିନ୍ତାର କାରଣ ପାଲଟିଛି।

ପୁନରାବୃତ୍ତ ଆହତ ସମସ୍ୟା: ଆଇପିଏଲ୍ ସମୟରେ ଆଙ୍ଗୁଠିରେ ଆଘାତ ଏବଂ ଇଂଲଣ୍ଡ ସିରିଜ୍‌ରେ ହାମଷ୍ଟ୍ରିଙ୍ଗ୍ ସମସ୍ୟା ପରେ, ବିସିସିଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ (COE)ରେ ଫିଟନେସ୍ ପ୍ରମାଣିତ କରି ବରୁଣ ଦଳକୁ ଫେରିଥିଲେ।

ଖେଳାଳିଙ୍କ ପ୍ରତିକ୍ରିୟା: ସାମ୍ବାଦିକ ସମ୍ମିଳନୀରେ ବରୁଣ କହିଥିଲେ, “ଖେଳାଳିଙ୍କ ପାଇଁ ଆଘାତ ଏକ ସାଧାରଣ ଘଟଣା। ଶରୀର ଉପରେ ଅଧିକ ଚାପ ପଡ଼ିଲେ କିଛି ସମୟ ବିଶ୍ରାମ ନେଇ ଆହୁରି ଶକ୍ତିଶାଳୀ ହୋଇ ଫେରିବାକୁ ପଡ଼ିଥାଏ।”

ଦ୍ୱିତୀୟ ମ୍ୟାଚ୍ ଉପରେ ନଜର: ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତ ଆଜିର ମ୍ୟାଚ୍ ଜିତି ସିରିଜ୍ କବଜା କରିବାକୁ ଲକ୍ଷ୍ୟ ରଖିଛି। ସେହିପରି ବିସ୍ଫୋରକ ବ୍ୟାଟର ଅଭିଷେକ ଶର୍ମା, ସଞ୍ଜୁ ସାମସନ୍ ଏବଂ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)