ମଙ୍ଗଳବାର, 20 ଅକ୍ଟୋବର 2026
English
ଲାଇଭ୍ ଅପଡେଟ୍ସ
03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ? | 03:28 AM ଭୁବନେଶ୍ୱରରେ କଡ଼ା ସୁରକ୍ଷା: ୨୦୦ ପୂଜା ମଣ୍ଡପ କ୍ୟାଟାଗୋରାଇଜ୍, ଫ୍ଲାଏଓଭରରେ ରିଲ୍ସ ବନାଉଥିଲେ କଟକଣା | 03:16 AM ଆସୁଛି କି ଆଉ ଏକ ସାଇକ୍ଲୋନ୍? ବଙ୍ଗୋପସାଗରର ପାଣିପାଗ ପରିବର୍ତ୍ତନକୁ ନେଇ ବଡ଼ ଅପ୍‌ଡେଟ୍ | 03:05 AM ଆଇପିଏଲ୍ ୨୦୨୭ : ଗୋଆର ଆଇଟିସି ଗ୍ରାଣ୍ଡ୍‌ରେ ହେବ ଖେଳାଳିଙ୍କ ମହା-ନିଲାମୀ | 02:42 AM ଟାଇଗର ଶ୍ରଫ୍‌ଙ୍କ କାର୍ ଉପରେ ଗୁଳିମାଡ଼ ଘଟଣା: କିପରି ପ୍ଲାନିଂ ହୋଇଥିଲା ଏବଂ କେମିତି ଧରାପଡ଼ିଲେ ଦୁର୍ବୃତ୍ତ?
ଓଡ଼ିଶା

ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’:ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ପ୍ରତି ଘରେ ଘରେ ଉତ୍ସବର ମାହୋଲ ସୃଷ୍ଟି ହୋଇଛି। ଗାଁଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସବୁଠି ଆନନ୍ଦ ଓ ଉତ୍ସାହର ପରିବେଶ ଦେଖିବାକୁ ମିଳିଛି।

ଏହି ପବିତ୍ର ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ବିଶିଷ୍ଟ ନେତୃବୃନ୍ଦ ଜନସାଧାରଣଙ୍କୁ ନୂଆଖାଇର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ପ୍ରଥମେ ନବାନ୍ନ (ନୂଆ ଧାନରୁ ପ୍ରସ୍ତୁତ ଭୋଗ) ଅର୍ପଣ କରାଯିବା ପରେ ପାର୍ଶ୍ୱଦେବାଦେବୀଙ୍କୁ ଲାଗି କରାଯାଇଛି। ଏହାପରେ ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ନୂଆପଡ଼ା, ଦେବଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ଲୋକେ ନିଜ କୂଳଦେବତାଙ୍କୁ ନବାନ୍ନ ଚଢ଼ାଇ ପରିବାର ସହ ନୂଆ ଖାଇଛନ୍ତି।

ସାଂସ୍କୃତିକ ପରମ୍ପରା: ନୂଆଖାଇ କେବଳ ଏକ ପର୍ବ ନୁହେଁ, ଏହା ମାଟି, ଚାଷୀ ଓ ଅନ୍ନ ପ୍ରତି ସମ୍ମାନ ଜଣାଇବାର ଏକ ଅନନ୍ୟ ମାଧ୍ୟମ।

ନୂଆଖାଇ ଭେଟଘାଟ: ଏହି ପର୍ବର ପ୍ରମୁଖ ଆକର୍ଷଣ ହେଉଛି ‘ନୂଆଖାଇ ଭେଟଘାଟ’। ପରିବାରର ସମସ୍ତ ସଦସ୍ୟ ଏକାଠି ହୋଇ ବରିଷ୍ଠଙ୍କଠାରୁ ଆଶୀର୍ବାଦ ନିଅନ୍ତି ଏବଂ ଶୁଭେଚ୍ଛା ଆଦାନପ୍ରଦାନ କରନ୍ତି।

ଘରମୁହାଁ ପ୍ରବାସୀ: ଦୂରଦୂରାନ୍ତର ଓ ବାହାର ରାଜ୍ୟରେ ରହୁଥିବା ପଶ୍ଚିମ ଓଡ଼ିଶାର ଲୋକମାନେ ନିଜ ମାଟି ଓ ପରିବାର ସହ ଏହି ଉତ୍ସବ ମନାଇବା ପାଇଁ ଘରକୁ ଫେରିଛନ୍ତି।

Nirnay TV

ସମ୍ବନ୍ଧିତ ଖବର

ସଦ୍ୟ ଚର୍ଚ୍ଚିତ

ସମ୍ପର୍କିତ ଖବର (Related News)